ରାଜଧାନୀରୁ ବିପୁଳ ପରିମାଣରେ ବିଦେଶୀ ମଦ ଜବତ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱର ଲକ୍ଷ୍ମୀସାଗରର ଷ୍ଟେସନ ବଜାର ଅଞ୍ଚଳରେ ଥିବା ଦୁଇଟି ଘରେ ଲକ୍ଷ୍ମୀସାଗର ଥାନା ପୁଲିସ ଓ ସ୍ୱତନ୍ତ୍ର ସ୍କ୍ୱାଡ଼ ମିଳିତ ଭାବେ ଚଢାଉ କରି ବିପୁଳ ପରିମାଣରେ ବିଦେଶୀ ମଦ ଜବତ କରିଛି। ପ୍ରାୟ ୬୧୭ଟି ବିଦେଶୀ ମଦ ସହ ଅନ୍ୟାନ୍ୟ ମଦ ଜବତ ହୋଇଥିବା ଜଣାପଡ଼ିଛି। ଜବତ ହୋଇଥିବା ମଦର ମୂଲ୍ୟ ପ୍ରାୟ ୪ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଚିହ୍ନଟ କରାଯାଇଥିବା ବେଳେ ସେମାନଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ସୂଚନା ମିଳିଛି।

Comments are closed.