ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । କାଲି ସଂଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ଗୃହମନ୍ତ୍ରୀ ।  ପରେ ୮ ତାରିଖ ସକାଳେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବେ ବୋଲି ସୂଚନା ମିଳିଛି । ସେଠାରୁ କଟକ ଯାଇ ନେତାଜୀଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବେ ଅମିତ ଶାହା । ପରେ ପରେ ଦୈନିକ ଖବର କାଗଜ ‘ପ୍ରଜାତନ୍ତ୍ର’ର ସ୍ୱନକ୍ଷତ୍ର ଦିବସରେ ଶାହା ଯୋଗଦେବେ । ସେଠାରୁ ଫେରିବା ପରେ ଭୁବନେଶ୍ୱର ଦଳୀୟ କାର୍ଯ୍ୟାଳୟରେ ଯୋଗ ଦେବେ । ଏନେଇ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଶାହାଙ୍କ ଗସ୍ତ ସୂଚୀ ଉପରେ ସୂଚନା ଦେଇଛନ୍ତି ।

Comments are closed.