ଆଉ ରହିବନି ଭୁବନେଶ୍ୱରରେ ଟ୍ରାଫିକ ସମସ୍ୟା ! ସମାଧାନ ପାଇଁ ପ୍ରସ୍ତୁତ ହେଲା ବ୍ଲୁ ପ୍ରିଣ୍ଟ; ଦେଖନ୍ତୁ କେମିତି ବଦଳିବ ଭୁବନେଶ୍ୱର ଚେହେରା

ଦୂର ହେବ ଭୁବନେଶ୍ୱରର ଟ୍ରାଫିକ୍‌ ସମସ୍ୟା । ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପରିଦର୍ଶନ କରିଛନ୍ତି ୫ଟି ସଚିବ । ଭୁବନେଶ୍ୱରର ଦିନକୁ ଦିନ ଲୋକସଂଖ୍ୟା ବଢ଼ିବାରେ ଲାଗିଛି। ଲୋକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଗାଡ଼ି ମୋଟର ସଂଖ୍ୟାରେ ମଧ୍ୟ୍ୟ ବୃଦ୍ଧି ଘଟୁଛି ।

 

ଯାହାଫଳରେ ସହରରେ ଟ୍ରାଫିକ୍‌ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ପାଲଟିଛି । ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଆଜି ସକାଳୁ ଶିଶୁ ଭବନ ଛକ, ରବି ଟକିଜ, କଳ୍ପନା ଛକ, ବେହେରା ସାହି ଛକ, ରସୁଲଗଡ ଛକ ଓ ଆଇଗିଣିଆ ଛକ ଆଦି ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି ।

ପରେ ଏନେଇ ପ୍ରଶାସନ ଏବଂ ପୁଲିସର ବରିଷ୍ଠ ଅଧିକାରୀ ମାନଙ୍କ ସହ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତିକରଣ ସମ୍ପର୍କରେ ଆଲୋଚନା କରିଛନ୍ତି । ଏହି ପରିଦର୍ଶନ ସମୟରେ ପୁଲିସ କମିଶନର ଶ୍ରୀ ଏସ.କେ ପ୍ରିୟଦର୍ଶୀ, ପୂର୍ତ୍ତ ସଚିବ ଭି ଭି ଯାଦବ, ବିଏମସି କମିଶନର ଶ୍ରୀ କୁଳାଙ୍ଗେ ପ୍ରମୁଖ ଉପସ୍ଥିତ  ଥିଲେ ।

Comments are closed.