ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା; ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ଲଗାଣ ବର୍ଷା । ଉପକୂଳ ସମେତ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷାର ପ୍ରଭାବ ଜାରି ରହିଛି । ଲଘୁଚାପ ପ୍ରଭାବରେ ଟ୍ୱିନ-ସିଟି ଭୁବନେଶ୍ୱର ଏବଂ କଟକରେ ତୁହାକୁ ତୁହା ଲଗାଣ ବର୍ଷା ହେଉଥିବା ଦେଖିବାକୁ ମିଳୁଛି । ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାନେଇ କୁହାଯାଇଥିବା ବେଳେ, ୧୧ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୫ତାରିଖ ପାଇଁ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ୬ ତାରିଖରେ ୬ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

Comments are closed.