ଓକିଲଙ୍କ ଜରିଆରେ ନୁହେଁ, ଶ୍ରଦ୍ଧାଞ୍ଜଳିଙ୍କୁ ହାଜର ହେବାକୁ ନିର୍ଦ୍ଦେଶ

ଭୁବନେଶ୍ବର : ଅର୍ଚ୍ଚନା ନାଗଙ୍କ ପ୍ରମୁଖ ସହଯୋଗୀ କୁହାଯାଉଥିବା ଶ୍ରଦ୍ଧାଞ୍ଜଳି ଓକିଲ ଜରିଆରେ ହାଜର ହେବାକୁ ଆବେଦନ କରିଥିଲେ। ଏହି ଆବେଦନକୁ ଖାରଜ କରିଦେଇଛନ୍ତି ହାଇକୋର୍ଟ। ଓକିଲ ଜରିଆରେ ନୁହେଁ, ନିଜେ ହାଜର ହେବାକୁ ନିର୍ଦେଶ ଦେଇଛନ୍ତି କୋର୍ଟ। ସୂଚନା ଅନୁସାରେ ​‌ସିବିଆଇ କୋର୍ଟଙ୍କ ସମନ ସତ୍ତ୍ୱେ ହାଜର ହେଉ ନ ଥିବାରୁ ଶ୍ରଦ୍ଧାଞ୍ଜଳିଙ୍କ ନାଁରେ ଏନ୍‌ବିଡବ୍ଲ୍ୟୁ ଜାରି କରିଥିଲା ସିବିଆଇ କୋର୍ଟ । ଓକିଲ ଜରିଆରେ ହାଜର ପାଇଁ କୋର୍ଟରେ ଅପିଲ କରିଥିଲେ ଶ୍ରଦ୍ଧାଞ୍ଜଳି। ହାଇକୋର୍ଟରେ ଏହା ଖାରଜ ହୋଇଥିବା ଜଣାପଡ଼ିଛି । ପ୍ରକାଶ ଯେ. ଭୁବନେଶ୍ୱର ସେସନ୍ସ କୋର୍ଟରେ ଇଡି ଦାଖଲ କରିଥିବା ଚାର୍ଜସିଟ୍‌ରେ ଶ୍ରଦ୍ଧାଞ୍ଜଳିଙ୍କ ନାଁ  ରହିଛି। ଅର୍ଚ୍ଚନା ନାଗ, ସ୍ୱାମୀ ଜଗବନ୍ଧୁ ଚାନ୍ଦ, ସହଯୋଗୀ ଖଗେଶ୍ୱର ପାତ୍ର ଓ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ନାଁରେ ମୋଟ ୨ ହଜାର ୨୪୧ ପୃଷ୍ଠାର ଚାର୍ଜସିଟ୍‌ ଦାଖଲ କରିଛି ଇଡ଼ି।

Comments are closed.