ବିଜେପୁର ଉପନିର୍ବାଚନ ମତଦାନ ଶେଷ : ୫ଟା ସୁଦ୍ଧା ୭୨ ପ୍ରତିଶତ ମତଦାନ, ୨୪ରେ ବାହାରିବ ଫଳ

ଭୁବନେଶ୍ୱର: ବରଗଡ଼ ଜିଲାର ବିଜେପୁର ବିଧାନସଭା ଉପନିର୍ବାଚନ ପାଇଁ ଭୋଟଗ୍ରହଣ ଶେଷ ହୋଇଛି। ସନ୍ଧ୍ୟା ୫ଟା ସୁଦ୍ଧା ୭୨ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି। ସୋମବାର ସକାଳୁ ଭୋଟଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ମତଦାନ ଶେଷ ହେବାପର୍ଯ୍ୟନ୍ତ ଶାନ୍ତି ଶୃଙ୍ଖଳା ବଜାୟୀ ରହିଥିଲା।

ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ସକାଳ ୯ଟା ସୁଦ୍ଧା ୧୧% ମତଦାନ ହୋଇଥିଲା ବେଳେ ପରେ ଦିନ ୧୧ଟା ସୁଦ୍ଧା ୨୫.୭% ମତଦାନ ହୋଇଥିଲା। ସେହିପରି ଦିନ ୧ଟା ସୁଦ୍ଧା ୩୭.୧୦ ପ୍ରତିଶତ ମତଦାନ ହୋଇଥିଲା। ନିର୍ବାଚନ ଫଳାଫଳ ଅକ୍ଟୋବର ୨୪ରେ ପ୍ରକାଶ ପାଇବ। ଭୋଟ ଗଣତି ଅକ୍ଟୋବର ୨୪ରେ ପଦ୍ମପୁରସ୍ଥିତ ଅଞ୍ଚଳ ମହାବିଦ୍ୟାଳୟ ଠାରେ ପୂର୍ବାହ୍ଣ ୮ଟାରୁ ଆରମ୍ଭ ହେବ।

Comments are closed.