କରୋନା ଆକ୍ରାନ୍ତ ହୋଇ ଏମ୍ସରେ ଭର୍ତ୍ତି ହେଲେ ବିଷ୍ଣୁ ସେଠୀ

ଭୁବନେଶ୍ୱର: ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ କରୋନା ସଂକ୍ରମିତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଶ୍ରୀ ସେଠୀଙ୍କୁ ଆଜି ସକାଳ ପ୍ରାୟ ସାଢ଼େ ୧୦ଟା ସମୟରେ ଭୁବନେଶ୍ୱର ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି।

ଏମ୍ସ ଅଧୀକ୍ଷକ ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତିଙ୍କ କହିବାନୁସାରେ, ତାଙ୍କୁ ଏକ ପ୍ରାଇଭେଟ୍ କ୍ୟାବିନରେ ରଖାଯାଇଛି। ବର୍ତ୍ତମାନ ସେ ଭଲ ଅଛନ୍ତି। ତାଙ୍କର ସମସ୍ତ ପ୍ରକାର ପରୀକ୍ଷା ନିରୀକ୍ଷା କରାଯିବ। ଏହା ସହିତ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇ ତାଙ୍କର ଚିକିତ୍ସା କରାଯିବ ବୋଲି ସେ କହିଛନ୍ତି।

Comments are closed.