ପାଟକୁରା ପାଇଁ ବେଦପ୍ରକାଶ ଅଗ୍ରୱାଲଙ୍କ ପତ୍ନୀଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ବର : ପାଟକୁରା ବିଧାନସଭା ଆସନ ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ଦିବଂଗତ ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରୱାଲଙ୍କ ପତ୍ନୀ ସାବିତ୍ରୀ ଅଗ୍ରୱାଲଙ୍କୁ ବିଜେଡି ପ୍ରାର୍ଥୀ କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ସୋମବାର ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି। ପୂର୍ବରୁ ପାଟକୁରାରେ ବିଜେଡିରୁ ପ୍ରାର୍ଥୀ ହୋଇଥିବା ବେଦ ପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତ ହୋଇଥିଲା। ଏହାପରେ ମେ ୧୯ରେ ନିର୍ବାଚନ ହେବା ନେଇ ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ ଯେ, ପାଟକୁରାରେ ଏପ୍ରିଲ ୨୯ ତାରିଖରେ ଭୋଟ ହେବାର ଥିଲା। କିନ୍ତୁ ବିଜେଡି ପ୍ରାର୍ଥୀ ବେଦ ପ୍ରକାଶ ଅଗ୍ରୱାଲଙ୍କ ଦେହାନ୍ତ ପରେ ସେଠାରେ ନିର୍ବାଚନକୁ ସ୍ଥଗିତ ରଖା ଯାଇଥିଲା।

Comments are closed.