ଭୁବନେଶ୍ୱରରୁ ଆଉ ୧୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ : କ୍ୱାରେଣ୍ଟାଇନ୍‌ କେନ୍ଦ୍ରରୁ ୯୨, ୭୮ ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର: ଭୁବନେଶ୍ୱରରୁ ରବିବାର ଆଉ ୧୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍‌ କେନ୍ଦ୍ରରୁ ୯୨ଜଣ ପିଜିଟିଭ ଚିହ୍ନଟ ହୋଇଥିବା ବେଳେ ୭୮ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ଟୁଇଟ କରି ସୂଚନା ଦେଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ଏଯାବତ ରାଜଧାନୀରେ ୫୨୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ବି ଆହୁରି ୧୮୨୩ଟି ସକ୍ରିୟ ମାମଲା ରହିଛି। ଏଥିସହିତ କରୋନାରେ ରାଜଧାନୀରେ ୨୫ଜଣଙ୍କ ମୃତ୍ୟୁ ହୋଇସାରିଛି।

Comments are closed.