ଆଜି ଭୁବନେଶ୍ବରରେ ୧୯୧ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୬୬

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରେ ୧୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ରୁ ୪୫ ହୋଇଥିବାବେଳେ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ୧୪୬ ରହିଛି। ଆଜି ସୁଦ୍ଧା ଭୁବନେଶ୍ବରରୁ ୩୩୮୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୩୨୨୮୬ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୩୬ଜଣ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ୨୫୦ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ଟ୍ବିଟ୍‌ ଯୋଗେ ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷକରି ଖଣ୍ଡଗିରି, ପୁରୁଣା ଭୁବନେଶ୍ୱର, ପାତ୍ରପଡା, ପଡିଆ, ରସୁଲଗଡ, ସୁନ୍ଦରପଦା ଅଞ୍ଚଳରୁ ଏକାଧିକ ଲୋକାଲ୍ କେସ୍ ସାମ୍ନାକୁ ଆସିଛି। ଯାହାକି ବିଏମସି ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଖାଲି ସେତିକି ନୁହେଁ ରସୁଲଗଡ ଓ ୟୁନିଟ୍‌ ୩ ଅଂଚଳରୁ ମଧ୍ୟ ଏକାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Comments are closed.