ବୌଦ୍ଧଜିଲ୍ଲା ପ୍ରଶାସନ ତରଫରୁ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ

ବୌଦ୍ଧ: ବୈାଦ୍ଧଜିଲ୍ଲା ପ୍ରଶାସନ ତରଫରୁ ଆଜି ବିଶ୍ୱ ମିତବ୍ୟୟିତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସର୍କିଟ ହାଉସ ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଯୋଗଦେଇ ଏକ ସଂଚୟ ରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଅନାବଶ୍ୟକ ଖର୍ଚ୍ଚକୁ ଯଥାସମ୍ଭବ କମାଇ ସୟ କରି ରଖିଲେ ବ୍ୟକ୍ତିର ଆର୍ଥିକ ବିକାଶ ସହିତ ଦେଶର ଅଭିବୃଦ୍ଧି ଘଟିବାରେ ସହାୟକ ହୋଇପାରିବ ବୋଲି ଜିଲ୍ଲାପାଳ ଶ୍ରୀ ମିଶ୍ର ପ୍ରକାଶ କରିଥିଲେ। ଅନ୍ୟତମ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଅଶ୍ୱିନୀ ମେହେର, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିଆର ସିଂ ପ୍ରମୁଖ ଉପସ୍ଥିତ ଥିଲେ।

Comments are closed.