ଇପିଏଫ ପେନସନରର୍ସ ଆସୋସିଏସନ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବୌଦ୍ଧ: ବୌଦ୍ଧଜିଲା ଇପିଏଫ ପେନସନରର୍ସ ଆସୋସିଏସନ ପକ୍ଷରୁ ଆଜି ଚାରି ଦଫା ଦାବିନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଏକ ଦାବିପତ୍ର ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି। ସ୍ଥାନିୟ ମାଉସୀ ମା ମନ୍ଦିର ଠାରୁ ଏକ ଶୋଭାଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପହଂଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ସର୍ବନିମ୍ନ ମାସିକ ପେନସନ ନଅ ହଜାର ଟଙ୍କା ସହ ମହଙ୍ଗା ଭତ୍ତା ପ୍ରଦାନ, ମାନ୍ୟବର ସୁପ୍ରିମ କୋର୍ଟ ନିର୍ଦ୍ଦେଶ ଆଧାରରେ ବର୍ଦ୍ଧିତ ପେନସନ ପ୍ରଦାନ,ସମସ୍ତ ଇପିଏଫ ପେନସନ ଭୋଗୀଙ୍କୁ ଚିକିତ୍ସା ଭତ୍ତା କିମ୍ବା ଆୟୁଷମାନ ଭାରତ ଯୋଜନାରେ ସାମିଲ କରି ମାଗଣା ଚିକିତ୍ସା ସୁବିଧା ପ୍ରଦାନ, ସମସ୍ତ ଇପିଏଫ ପେନସନ ଭୋଗୀଙ୍କୁ ବିରିଷ୍ଟ ନାଗରିକମାନଙ୍କୁ ସୁରକ୍ଷା ଯୋଗାଇ ଦେବା ଦାବିନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଦାବିପତ୍ର ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ। ଦାବିପତ୍ରଟି ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା ଗ୍ରହଣ କରିଥିଲେ। ଜିଲ୍ଲା ସଭାପତି ତ୍ରିପୁରାରୀ ବେହେରା, ସଂପାଦକ ଦିଲ୍ଲିପ ପ୍ରଧାନ, ବରିଷ୍ଠ ସଦସ୍ୟ ପ୍ରଦୋଷ ମିଶ୍ର ପ୍ରମୁଖ ସାମିଲ ଥିଲେ।

Comments are closed.