କରୋନା ମହାମାରୀ ପାଇଁ ଏବର୍ଷ ହେବନି ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

ବରଗଡ଼: ଚଳିତ ବର୍ଷ ହେବନି ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସ ଏହି ନିଷ୍ପତ୍ତି ନେଇଛି।
ସୂଚନା ଅନୁଯାୟୀ, ବରଗଡ଼ ଜିଲାପାଳଙ୍କ ଅଧ୍ୟକ୍ଷତାରେ ରବିବାର ଧନୁଯାତ୍ରା କମିଟି ସଦସ୍ୟଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲାପାଳଙ୍କ ସହ ଧନୁଯାତ୍ରା କମିଟି ସଦସ୍ୟଙ୍କ ଆଲୋଚନାପରେ ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାକୁ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି।