କ୍ରାନ୍ତିକାରୀ ବଜେଟ : ସମୀର

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ୨୦୨୦-୨୦୨୧ ଅର୍ଥ ବଜେଟ ଦେଶର ଆର୍ଥିକ ପ୍ରଗତିକୁ ଆଗେଇ ନେବା ଭଳି ଏକ କ୍ରାନ୍ତିକାରି ବଜେଟ ବୋଲି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି। ବଜେଟ ସବୁ ବର୍ଗକୁ ସୁହାଇବ। ମୋଦୀଙ୍କ ନୂଆ ଭାରତର ପରିକଳ୍ପନାକୁ ବାସ୍ତବତାରେ ପରିଣତ କରିବ। ଏଥିରେ ଶିକ୍ଷା, ସ୍ବାସ୍ଥ୍ୟ, ସାମାଜିକ ଓ କୃଷିକ୍ଷେତ୍ରଠାରୁ ଆରମ୍ଭ କରି ମହାକାଶ ଗବେଷଣା ପର୍ଯ୍ୟନ୍ତ, ଦେଶର ବିକାଶ ଓ ପ୍ରଗତି ଦିଗରେ ଗୁରୁତ୍ୱ ବହନ କରୁଥିବା ସମସ୍ତ କ୍ଷେତ୍ର ପ୍ରତି ଧ୍ୟାନ ଦିଆଯାଇଛି।

Comments are closed.