ମଣିପୁର ହିଂସା, ଦେଖିବା ମାତ୍ରେ ଗୁଳି ନିର୍ଦ୍ଦେଶ ଦେଲେ ରାଜ୍ୟପାଳ

ଡେସ୍କ: ମଣିପୁରରେ ଦେଖାଦେଇଥିବା ହିଂସା ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ସେଠାକାର ରାଜ୍ୟପାଳ ଆଜି ସମସ୍ତ ଜିଲ୍ଲା ମାଜିଷ୍ଟ୍ରେଟ, ସବ-ଡିଭିଜନାଲ ମାଜିଷ୍ଟ୍ରେଟ ଏବଂ ସମସ୍ତ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ / ସ୍ପେଶାଲ ଏକ୍ଜିକ୍ୟୁଟିଭ ମାଜିଷ୍ଟ୍ରେଟଙ୍କୁ ‘ଦେଖିବା ମାତ୍ରେ ଗୁଳି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମଣିପୁର ରାଜ୍ୟପାଳଙ୍କ କାର୍ଯ୍ୟାଳୟ ଦ୍ୱାରା ଜାରି ଏକ ସରକାରୀ ବିବୃତ୍ତିରେ ଏହା କୁହାଯାଇଛି।

ଗତକାଲି ଅନୁଷ୍ଠିତ ଆଦିବାସୀ ସଲିଡାରିଟି ମାର୍ଚ୍ଚ ୨୦୨୩ରେ ଘଟିଥିବା ଘଟଣା ପରିପ୍ରେକ୍ଷୀରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ମଣିପୁର ରାଜ୍ୟପାଳ ସମସ୍ତ ଜିଲ୍ଲା ମାଜିଷ୍ଟ୍ରେଟ୍, ସବ୍ ଡିଭିଜନାଲ୍ ମାଜିଷ୍ଟ୍ରେଟ୍ ଏବଂ ସମସ୍ତ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ୍ / ସ୍ପେଶାଲ୍ ଏକ୍ଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍ ଓ ସମ୍ପୃକ୍ତ ଜିଲ୍ଲା ମାଜିଷ୍ଟ୍ରେଟଙ୍କୁ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ଲାଗି ଏଭଳି ନିର୍ଦ୍ଦେଶ ଦିଆଯାଇଛି।

ଏହା ପୂର୍ବରୁ ଆଜି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଣିପୁର ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କ ସହ କଥା ହୋଇଛନ୍ତି। ବିଭିନ୍ନ ଜିଲ୍ଲାରେ ଆଦିବାସୀ ଗୋଷ୍ଠୀ ସମାବେଶ କରିବା ପରେ ଆଇନ ଶୃଙ୍ଖଳା ପରିସ୍ଥିତି ବ୍ୟାହତ ହୋଇଥିଲା। ମଣିପୁର ମୁଖ୍ୟମନ୍ତ୍ରୀଙ୍କ ସହ ଟେଲିଫୋନରେ ବାର୍ତ୍ତାଳାପରେ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ବର୍ତ୍ତମାନର ପରିସ୍ଥିତି ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ଗ୍ରହଣ କରାଯାଉଥିବା ସୂଚନା ଦିଆଯାଇଛି।

Comments are closed.