ନଭେମ୍ବର ୩ରେ ବାଲେଶ୍ଵର ଓ ତିର୍ତ୍ତୋଲ ବିଧାନସଭା ଉପ ନିର୍ବାଚନ, ୧୦ରେ ଭୋଟ ଗଣତି

ନୂଆଦିଲ୍ଲୀ : ଆସନ୍ତା ନଭେମ୍ବର ୩ରେ ବାଲେଶ୍ଵର ଓ ତିର୍ତ୍ତୋଲ ବିଧାନସଭା ଆସନରେ ଉପ ନିର୍ବାଚନ ଅନୁଷ୍ଠିତ ହେବ। ଭାରତୀୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ଏ ନେଇ ତାରିଖ ଘୋଷଣା କରାଯାଇଛି।

ଅକ୍ଟୋବର ୯ ତାରିଖରେ ଉପ ନିର୍ବାଚନ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅକ୍ଟୋବର ୧୬ ତାରିଖକୁ ମନୋନୟନ ପତ୍ର ଦାଖଲର ଶେ​ଷ ତାରିଖ ଭାବେ ଧାର୍ଯ୍ୟ କରାଯାଇଛି।​‌ ଅକ୍ଟୋବର ୧୭ରେ ପ୍ରାର୍ଥୀ ପତ୍ର ଯାଞ୍ଚ କରାଯିବ ଏବଂ ୧୯ ତାରିଖକୁ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ଦିନ ଧାର୍ଯ୍ୟ କରାଯାଇଛି।

ନଭେମ୍ବର ୩ରେ ମତଦାନ​‌ ଓ ୧୦ରେ ଭୋଟ ଗଣତି ପାଇଁ ନିର୍ବାଚନ କମିଶନରଙ୍କ ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।

ସୂଚନାଯୋଗ୍ୟ, ତିର୍ତ୍ତୋଲର ବିଧାୟକ ବିଷ୍ଣୁ ଦାସ ଓ ବାଲେଶ୍ୱର ବିଧାୟକ ମଦନ ମୋହନ ଦତ୍ତଙ୍କ ଦେହାନ୍ତ ପରେ ଉଭୟ ସଦର ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି।

Comments are closed.