କୋଭିଡ୍-୧୯ ନିୟମ ଉଲଙ୍ଘନ: ୨୪ଘଣ୍ଟାରେ ୩୫ ମାମଲା, ୪୭ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ମଇ ୯ରୁ ମଇ୧୦ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୪୩ଟି ମାମଲା ଦାୟର କରାଯାଇଛି। ସେଥିରୁ ୩୫ଟି ମାମଲା ଲକ୍ ଡାଉନ୍ ସଂପର୍କିତ ହୋଇଥିବାବେଳେ ୪ଟି ହୋମ୍ କ୍ୱାରାଣ୍ଟାଇନ୍ ଉଲ୍ଲଂଘନ ପାଇଁ, ୧ଟି ଗୁଜବ ପ୍ରଚାର ପାଇଁ ଏବଂ ୩ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୪୭ ଜଣଙ୍କୁ ଗିରଫ କରାଯାଇଛି।