କରୋନା ସମୟରେ ପ୍ରଧାନମନ୍ତ୍ରୀଙ୍କ ସିବିଏସଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯିବା ନିଷ୍ପତ୍ତି ସ୍ୱାଗତଯୋଗ୍ୟ – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କୋଭିଡ୍-୧୯ ସମୟରେ ସିବିଏସଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯିବା ନିଷ୍ପତ୍ତି ସ୍ୱାଗତ ଯୋଗ୍ୟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପିଲାମାନଙ୍କର ସ୍ୱାସ୍ଥ୍ୟ, ସୁରକ୍ଷା ଓ ଭବିଷ୍ୟତକୁ ଦୃଷ୍ଟିରେ ରଖି ଏହି ସମ୍ବେଦନଶୀଳ ନିଷ୍ପତ୍ତି ନେଇଛନ୍ତି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ କହିଛନ୍ତି ଯେ ସମସ୍ତ ଦିଗକୁ ବିଚାରକୁ ନେଇ ପ୍ରଧାନମନ୍ତ୍ରୀ ସିବିଏସଇ ପରୀକ୍ଷାକୁ ବାତିଲ କରାଯିବା ସମୟୋପଯୋଗୀ ପଦକ୍ଷେପ। ସମଗ୍ର ଭାରତବର୍ଷରେ କରୋନାର ତୃତୀୟ ଲହରକୁ ନେଇ ପିଲା ଏବଂ ଅଭିଭାବକମାନେ ଭୟ ଓ ଆଶଙ୍କାରେ ରହିଥିଲେ। ଏଭଳି ଦ୍ୱନ୍ଦାତ୍ମକ ପରିସ୍ଥିତିରେ ପିଲାମାନେ ପରୀକ୍ଷା ଦେଇଥିଲେ ମାନସିକ ଚାପରେ ରହିଥାନ୍ତେ। ଏଥିପାଇଁ ପ୍ରଧାନମନ୍ତ୍ରୀ ସବୁ ରାଜ୍ୟର ଶିକ୍ଷା ମନ୍ତ୍ରୀ ଏବଂ ବିଶେଷଜ୍ଞଙ୍କ ସହିତ ବିଚାରବିମର୍ଷ କରି ଏହି ନିଷ୍ପତି ନେଇଛନ୍ତି। ଏହି ନିଷ୍ପତି ସିବିଏସଇ ଦ୍ୱାଦଶ ପରୀକ୍ଷାର୍ଥୀ ଏବଂ ଅଭିଭାବକ ମାନଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛି।

 

ଉଲ୍ଲେଖନୀୟ ଯେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ଏ ନେଇ ବସିଥିବା ଭର୍ଚ୍ଚୁଆଲ ବୈଠକରେ ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର , ରେଳ ମନ୍ତ୍ରୀ ପିୟୂଷ ଗୋଏଲ, ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ ପ୍ରମୁଖ ଉପସ୍ଥିତ ରହିଥିଲେ।

Comments are closed.