୧୬ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ମଙ୍ଗଳବାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି। କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆଜି ପାଇଁ ୧୬ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ପୁରୀ, ସମ୍ବଲପୁର, ଅନୁଗୋଳ, ସୋନପୁର, ବରଗଡ଼, ସୁନ୍ଦରଗଡ଼ ଓ​‌ କେନ୍ଦୁଝର ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଝାରସୁଗୁଡ଼ା, ଦେବଗଡ଼, ମୟୂରଭଞ୍ଜ, କନ୍ଧମାଳ ଓ କଳାହାଣ୍ଡି ଜିଲାରେ ବର୍ଷା ହେବ। ବର୍ଷା ସମୟରେ ବଜ୍ରପାତର ସମ୍ଭାବନା ଅଛି। ବୁଧବାର ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ବରଗଡ଼ ଓ ଅନୁଗୋଳ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି।

Comments are closed.