ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀ ପାଳିତ

ଚୌଦ୍ୱାର:ଚୌଦ୍ୱାର ଆଗ୍ରାହାଟ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ସାରସ୍ୱତ ସାଧକ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ବିଦ୍ୟାମନ୍ଦିରର ସଭାପତି ରବୀନ୍ଦ୍ରନାଥ ନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସର୍ବଭାରତୀୟ ଜାତୀୟ ଶିକ୍ଷକ ମହାସଂଘର କାର୍ଯ୍ୟକାରୀ ସଭାପତି କୈଳାଶ ଚନ୍ଦ୍ର ବରାଳ ଓ ବିଦ୍ୟାଳୟର ପୁର୍ବତନ ସଂପାଦକ ନିରଦ ଚନ୍ଦ୍ର ନାୟକ ଅତିଥି ଭାବେ ଯୋଗଦେଇ ପଣ୍ଡିତଙ୍କ ଆତ୍ମଜୀବନୀ ଉପରେ ଆଲୋକପାତ କରିଥିଲେ।

 

ପ୍ରଧାନ ଆଚାର୍ଯ୍ୟ ବିଜୟ କୁମାର ସାହୁ ସ୍ୱାଗତ ଭାଷଣ, ଆଚାର୍ଯ୍ୟା ରୁକ୍ମିଣି ପାତ୍ର ଅତିଥି ପରିଚୟ ଓ ଆଚାର୍ଯ୍ୟ ତ୍ରିଲୋଚନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟର ଗୁରୁମା,ଗୁରୁଜି,ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଥିଲେ।

Comments are closed.