ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ:ମୁଖ୍ୟମନ୍ତ୍ରୀ

ବିସ୍ଫୋରଣରେ ସାମ୍ବାଦିକ ରୋହିତ ବିଶ୍ବାଳଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

ଭୁବନେଶ୍ବର: ବିସ୍ଫୋରଣରେ ସାମ୍ବାଦିକ ରୋହିତ ବିଶ୍ବାଳଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ। ମାଓବାଦୀଙ୍କ ବିସ୍ଫୋରଣରେ ରୋହିତଙ୍କ ମୃତ୍ୟୁ ଘଟଣା ଅତ୍ୟନ୍ତ ଦୁଃଖଦାୟକ। ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ। ଘଟଣାକୁ ନିନ୍ଦା ସହ କଡ଼ା କାର୍ଯ୍ୟାନୁଷ୍ଠାନର ସୂଚନା ଦେଲେ ମୁଖ୍ୟମନ୍ତ୍ରୀ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ମାଓବାଦୀଙ୍କ ଦ୍ବାରା ବିଛା ଯାଇଥିବା ଲ୍ୟାଣ୍ଡମାଇନ୍ ବ୍ଲାଷ୍ଟରେ କଳାହାଣ୍ଡିର ସାମ୍ବାଦିକ ରୋହିତ ବିଶ୍ୱାଳ ପ୍ରାଣ ହରାଇଥିବା ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି। ମାଓବାଦୀଙ୍କ ଏହି ହିଂସାକାଣ୍ଡକୁ ଦୃଢ଼ ଭାବେ ନିନ୍ଦା କରିବା ସହ ଏଥିରେ ସମ୍ପୃକ୍ତ ଥିବା ସମସ୍ତଙ୍କ ବିରୋଧରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।

Comments are closed.