ସୋରୋ ବସ୍ ଦୁର୍ଘଟଣା: ମୃତକଙ୍କ ପାଇଁ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ବାଲେଶ୍ବରର ସୋରୋ ଠାରେ ବସ୍ ଦୁର୍ଘଟଣାରେ ଛଅ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ବ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ସୂଚନାଯୋଗ୍ୟ ଯେ ବସଟି ଉଦଳାରୁ ଭୁବନେଶ୍ୱର ଆସୁଥିବା ବେଳେ ସୋରୋ ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା।

Comments are closed.