ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ

ନୂଆଦିଲ୍ଲୀ : ଝାଡ଼ଖଣ୍ଡର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଶନିବାର ନୂଆଦିଲ୍ଲୀ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ସେ ରାଜ୍ୟରେ ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି।
ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ସୋରେନ କହିଛନ୍ତି, ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବା ପରେ ମୁଁ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛି। ତେବେ ପୁଣିଥରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଭେଟି ତାଙ୍କୁ ରାଜ୍ୟର ସମସ୍ୟା ବାବଦରେ ଅବଗତ କରାଇବି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟର ଆଦିବାସୀମାନଙ୍କର ଅଧିକାରକୁ ସୁରକ୍ଷିତ ରଖିବା ପାଇଁ ଆଶ୍ବାସନା ଦେଇଥିବା ହେମନ୍ତ କହିଛନ୍ତି।

Comments are closed.