ଏପ୍ରିଲ ୧୩ରୁ ନବମ ପରୀକ୍ଷା

ଭୁବନେଶ୍ବର: ମାଧ୍ୟମିକ ଶିକ୍ଷା ବୋର୍ଡ଼ ପକ୍ଷରୁ ନବମ ଶ୍ରେଣୀ ପରୀକ୍ଷା ନେଇ ସୋମବାର ଗୁରୁତ୍ବପୂର୍ଣ୍ଣ ସୂଚନା ପ୍ରଦାନ କରାଯାଇଛି। ଏପ୍ରିଲ ୧୩ ତାରିଖରୁ ଆରମ୍ଭ ହେବ ନବମ ଶ୍ରେଣୀ ସମ୍ମେଟିଭ୍‌ ପରୀକ୍ଷା-୨। ସକାଳ ୮ଟାରୁ ପ୍ରଥମ ସିଟିଂରେ ନିଜ ସ୍କୁଲରେ ପରୀକ୍ଷା ହେବ। ନିଜ ସ୍କୁଲରେ ନହୋଇ ପାରିଲେ ନିକଟବର୍ତ୍ତୀ ସ୍କୁଲରେ ପରୀକ୍ଷା ହେବ। ଏପ୍ରିଲ ୧୩ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ୨୧ ତାରିଖରେ ଶେଷ ହେବ। ଅପରପକ୍ଷେ ଏପ୍ରିଲ ୧୮ରୁ ୨୬ ତାରିଖ ପର୍ଯ୍ୟନ୍ତ ଅନ୍ୟ ଏକ ସ୍କୁଲରେ ମୂଲ୍ୟାୟନ ହେବ। ୩ଟି ପଦ୍ଧତିରେ ପରୀକ୍ଷା ଫଳାଫଳ ନିର୍ଦ୍ଧାରଣ ହେବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି।

Comments are closed.