ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ପଲାନୀସ୍ବାମୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଲୋଚନା; ଫେରିବେ ଅଟକିଥିବା ଓଡ଼ିଆ

ଭୁବନେଶ୍ବର (ବ୍ୟୁରୋ): ତାମିଲନାଡ଼ୁରେ ଅଟକି ରହିଥିବା ଓଡ଼ିଆମାନଙ୍କ ଫେରିବା ନିମନ୍ତେ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ଯୋଜନା । ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଇ.କେ.ପଲାନିସ୍ବାମୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତରେ ଆଲୋଚନା କରିଛନ୍ତି । ଭିଡ଼ିସ କନ୍ଫରେନ୍ସିଂରେ ଅନୁଷ୍ଠିତ ଏହି ଆଲୋଚନାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଅଂଶଗ୍ରହଣ କରିଛନ୍ତି ।

ଲକ୍ଡ଼ାଉନ ସମୟରେ ତାମିଲନାଡ଼ୁ ସରକାର ସେଠାରେ ଅଟକି ରହିଥିବା ଓଡ଼ିଆମାନଙ୍କର ଉପଯୁକ୍ତ ଯତ୍ନ ନେଇଥିବାରୁ ମୁଖ୍ୟମନ୍ତ୍ରୀ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେହିପରି ତାମିଲନାଡ଼ୁରୁ ଯେଉଁ ଓଡ଼ିଆମାନେ ଓଡ଼ିଶା ଫେରି ଆସିବାକୁ ଚାହୁଁଛନ୍ତି ସେମାନେ ଯେପରି ସୁବିଧାରେ ଓଡ଼ିଶା ଫେରି ପାରିବେ ସେ ଦିଗରେ ସହଯୋଗ ଯୋଗାଇ ଦେବା ନିମନ୍ତେ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀଙ୍କୁ ଶ୍ରୀ ପଟ୍ଟନାୟକ ଅନୁରୋଧ କରିଛନ୍ତି । ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଲାନିସ୍ବାମୀ ମଧ୍ୟ ଏ କ୍ଷେତ୍ରରେ ସମସ୍ତ ସହଯୋଗ କରାଯିବାକୁ ପ୍ରତିଶ୍ରୁତି ଦେଇଛନ୍ତି ।

ଏହି ପରିପ୍ରେକ୍ଷୀରେ ଚେନ୍ନାଇର ଗୁରୁ ନାନକ କଲେଜରେ କରାଯାଇଥିବା ଶିବିରରେ ରହିଥିବା ଓଡ଼ିଆମାନଙ୍କ ସହ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଭିଡ଼ିଓ କନ୍ଫରେନ୍ସିଂରେ କଥା ହୋଇଥିଲେ ଓ ତାମିଲନାଡ଼ୁ ସରକାରଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଥିଲେ ।

Comments are closed.