ଜାତୀୟ ପ୍ରଯୁକ୍ତି ବିଦ୍ୟା ଦିବସ ଅବସରରେ ବୈଜ୍ଞାନିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ କୃତଜ୍ଞତା

ଭୁବନେଶ୍ୱର : ଜାତୀୟ ପ୍ରଯୁକ୍ତି ବିଦ୍ୟା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାରା ବିଶ୍ୱର ବୈଜ୍ଞାନିକ, ଯନ୍ତ୍ରୀ ଓ ସୂଚନାପ୍ରଯୁକ୍ତି ବିଦ୍ୟା ବୃତ୍ତିଜୀବୀମାନେ ପ୍ରଯୁକ୍ତି ବିଜ୍ଞାନ ପ୍ରୟୋଗ ମାଧ୍ୟମରେ କୋଭିଡ୍‌-୧୯ ମହାମାରୀ ସଂଗ୍ରାମରେ ସମଗ୍ର ମାନବସମାଜକୁ ସହାୟତା କରୁଥିବାରୁ ସେମାନଙ୍କୁ ଆନ୍ତରିକ କୃତଜ୍ଞତା ଜଣାଇଛନ୍ତି।

କରୋନା ଭୂତାଣୁ ରୋଗ (କୋଭିଡ୍‌-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍‌ଚୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ରଦୀପ୍ତ କୁମାର ମହାପାତ୍ର ପ୍ରମୁଖ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Comments are closed.