ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁକ୍ତିକାନ୍ତ

0

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀଙ୍କୁ ଭେଟିବାକୁ ଯାଇ ନିରାଶ ହୋଇ ଫେରିଥିବା ରାଉରକେଲାର ମୁକ୍ତିକାନ୍ତ ବିଶ୍ବାଳ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ରାଉରକେଲା ଆଇଜିଏଚକୁ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରିବା ଏବଂ ଦ୍ବିତୀୟ ବ୍ରାହ୍ମଣୀ ସେତୁ ନିର୍ମାଣ ନେଇ କେନ୍ଦ୍ର ଉପରେ ଚାପ ପ୍ରୟୋଗ ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ରଘୁନାଥପଲ୍ଲୀ ବିଧାୟକ ସୁବ୍ରତ ତରେଇଙ୍କ ସହ ସେ ନବୀନ ନିବାସ ଯାଇଥିଲେ। ଏହି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ବିଧାୟକ ଶ୍ରୀ ତରେଇ କହିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ବିଶ୍ବାଳଙ୍କୁ ତାଙ୍କ ସାହସ ପାଇଁ ଧନ୍ୟବାଦ ଦେଇଥିଲେ।ରାଉରକେଲା ଆଇଜିଏଚ ହସ୍ପିଟାଲକୁ ସୁପର ସ୍ପେଶାଲିଟି ହସ୍ପିଟାଲ ଓ ଦ୍ବିତୀୟ ବ୍ରାହ୍ମଣୀ ସେତୁ ନିର୍ମାଣ ନେଇ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। ପ୍ରଧାନମନ୍ତ୍ରୀଙ୍କୁ ଭେଟି ତାଙ୍କ ପ୍ରତିଶ୍ରୁତି ମନେ ପକେଇବାକୁ ଶ୍ରୀ ବିଶ୍ବାଳ ନୂଆଦିଲ୍ଳୀକୁ ପଦଯାତ୍ରା କରିଥିଲେ। ପ୍ରଧାନମନ୍ତ୍ରୀଙ୍କୁ ଭେଟିବାକୁ ସେଠାରେ ଧାରଣା ମଧ୍ୟ ଦେଇଥିଲେ। କିନ୍ତୁ ପ୍ରଧାନମନ୍ତ୍ରୀଙ୍କୁ ଭେଟି ପାରିନଥିଲେ।

Leave A Reply