ଯାଜପୁରରେ ସ୍ବତନ୍ତ୍ର କୋଭିଡ଼ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୂବନେଶ୍ୱର : କୋଭିଡ଼ ରୋଗୀଙ୍କ ଚିକିତ୍ସା ପାଇଁ ଯାଜପୁରରେ ଘରୋଇ ସହାୟତାରେ ଏକ ସ୍ବତନ୍ତ୍ର କୋଭିଡ଼ ହସ୍ପିଟାଲ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମତି ପ୍ରଦାନ କରିଛନ୍ତି । ଏହା ଫଳରେ ଯାଜପୁର ତଥା ଆଖ ପାଖ ଜିଲ୍ଲାର ଗୁରୁତର କୋଭିଡ଼ ରୋଗୀ ମାନଙ୍କୁ ଚିକିତ୍ସା ପାଇଁ ଆଉ କଟକ ଭୁବନେଶ୍ବର ଯିବା କୁ ପଡିବ ନାହିଁ ।
ଯାଜପୁରର ଭୂମିକା ମଲ୍ଟି ସ୍ପେଶାଲିଟି ହସ୍ପିଟାଲ ସରକାରୀ କୋଭିଡ଼ ହସ୍ପିଟାଲ ଭାବରେ କାମ କରିବ ଏବଂ ରୋଗୀ ମାନେ ସେଠାରେ ସମ୍ପୂର୍ଣ୍ଣ ମାଗଣାରେ କୋଭିଡ଼ ଚିକିତ୍ସା ସୁବିଧା ପାଇ ପାରିବେ । ଚିକିତ୍ସାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିଵେ । ଏହି ହସ୍ପିଟାଲରେ ୧୫୦ ଟି ଅକ୍ସିଜେନ ସଯୁକ୍ତ ବେଡ଼୍ ସହିତ ୫୦ଟି ଓଉଟ ବେଡ଼୍ ମଧ୍ୟ ରହିବ।

Comments are closed.