ଅଜିତ ମଙ୍ଗରାଜଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପିପିଲି ବିଧାନସଭା ଉପ-ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଟ୍ବିଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ‘ପିପିଲି ବିଧାନସଭା ଉପ-ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।’

ଗତ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଅଜିତଙ୍କ ପରିବାରବର୍ଗଙ୍କ ସହ କଥା ହୋଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ।

Comments
Loading...