ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସତର୍କ ରହିବା ସହିତ କୋଭିଡ ନିୟମାବଳୀକୁ କଡାକଡି ଭାବେ ପାଳନ କରିବା ଏବଂ ସରକାରଙ୍କୁ ପୂର୍ଣ୍ଣ ସହଯୋଗ କରିବା ପାଇଁ ଅନୁରୋଧ କରିଛନ୍ତି। କୋଭିଡ୍ ନିୟମର ଯେପରି କଡାକଡି ପାଳନ କରାଯିବ, ସେଥିପ୍ରତି ସତର୍କ ପଦକ୍ଷେପ ନେବାପାଇଁ ପୁଲିସ ମହାନିର୍ଦ୍ଦେଶକଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା ଆଦି କୋଭିଡ ନିୟମ ସଂପର୍କରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ସୂଚନା  ଓ ଲୋକ ସଂପର୍କ ବିଭାଗକୁ  ନିର୍ଦ୍ଦେଶ ଦେଇଛନ୍ତି।

ଆଲୋଚନାରେ ଭାଗ ନେଇ ୫-ଟି ସଚିବ ଭି.କେ. ପାଣ୍ଡିଆନ କୋଭିଡ ମୁକାବିଲା ପାଇଁ ପ୍ରସ୍ତୁତିକୁ ଆହୁରି ଉନ୍ନତ କରିବା, ଅମ୍ଳଜାନ ଯୋଗାଣ ଶୃଙ୍ଖଳକୁ  ଆହୁରି ମଜବୁତ କରିବା ଏବଂ ଘରୋଇ ହସ୍‌ପିଟଲଗୁଡିକୁ କୋଭିଡ ଚିକିତ୍ସା ପାଇଁ ପ୍ରସ୍ତୁତ କରି ରଖିବା ଉପରେ ଗୁରୁତ୍ବ ଦେଇଥିଲେ।

Comments are closed.