ସୋନପୁର ମହାନଦୀ ବ୍ରିଜ୍ ସଡକ ଦୁର୍ଘଟଣା, ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର: ଆଜି ଭୋରରୁ ସୋନପୁର ମହାନଦୀ ବ୍ରିଜ୍ ଉପରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପାଞ୍ଚ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Comments are closed.