ମିଶନାରୀ ଅନୁଷ୍ଠାନର ଅନ୍ତେବାସୀଙ୍କ ସମସ୍ୟା ସମାଧାନ ପ୍ରତି ଗୁରୁତ୍ବ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଜିଲାପାଳଙ୍କୁ ନିର୍ଦେଶ

ଭୁବନେଶ୍ବର: ଓଡ଼ିଶାରେ ମିଶନାରିଜ୍ ଅଫ୍‌ ଚାରିଟି ପକ୍ଷରୁ ପରିଚାଳିତ ଅନେକ କୁଷ୍ଠାଶ୍ରମ ଓ ଅନାଥାଶ୍ରମ ରହିଛି। ଏସବୁର ଅନ୍ତେବାସୀଙ୍କ ସମସ୍ୟା ତ୍ବରିତ ସମାଧାନ ସହ ସେମାନଙ୍କ ଖାଦ୍ୟ, ନିରାପତ୍ତା ଓ ସ୍ବାସ୍ଥ୍ୟ ସମସ୍ୟାକୁ ଯେଭଳି ତତ୍କାଳ ସମାଧାନ କରାଯାଇପାରିବ ସେଥିପାଇଁ ଗୁରୁତ୍ବ ଦେବାକୁ ଆଜି ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ ରାଜ୍ୟର ସବୁ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି। ଓଡିଶାରେ ମିଶନାରିଜ୍ ଅଫ ଚାରିଟୀ ଦ୍ବାରା ପରିଚାଳିତ ବିଭିନ୍ନ ସଂସ୍ଥା ଯଥା କୁଷ୍ଠାଶ୍ରମ ଓ ଅନାଥାଶ୍ରମ ମାନଙ୍କରେ ଥିବା ଅନ୍ତେବାସୀମାନେ ଯେପରି କୌଣସି ସମସ୍ୟା ବିଶେଷ କରି ଖାଦ୍ୟ, ନିରାପତ୍ତା ତଥା ସ୍ବାସ୍ଥ୍ୟ ସଂପର୍କୀତ ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି, ତାକୁ ଦୃଷ୍ଟିରେ ରଖି ଆଗୁଆ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକ ପଡିଲେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସଂସ୍ଥାଗୁଡିକୁ ତୁରନ୍ତ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

 

ଓଡିଶାରେ ମିଶନାରିଜ୍ ଅଫ୍‌ ଚାରିଟି ଦ୍ବାରା ପରିଚାଳିତ ବିଭିନ୍ନ ସଂସ୍ଥା ଯଥା କୁଷ୍ଠାଶ୍ରମ ଓ ଅନାଥାଶ୍ରମ ପରିଚାଳିତ ହେଉଛି। ଏସବୁ କୁଷ୍ଠାଶ୍ରମ ଓ ଅନାଥାଶ୍ରମମାନଙ୍କରେ ରହୁଥିବା ଅନ୍ତେବାସୀମାନେ ଯେପରି କୌଣସି ସମସ୍ୟା ବିଶେଷ କରି ଖାଦ୍ୟ ନିରାପତ୍ତା ତଥା ସ୍ବାସ୍ଥ୍ୟ ସଂପର୍କିତ ସମସ୍ୟାର ସମ୍ମୁଖୀନ ନ ହୁଅନ୍ତି, ତାହାକୁ ଦୃଷ୍ଟିରେ ରଖି ଆଗୁଆ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସବୁ ଜିଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି। ଆବଶ୍ୟକ ପଡିଲେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସଂସ୍ଥାଗୁଡିକୁ ତୁରନ୍ତ ସହାୟତା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ଏହିସବୁ ଅନୁଷ୍ଠାନ ସହ ନିୟମିତ ଯୋଗାଯୋଗରେ ରହିବା ସହ ଖାଦ୍ୟ ଏବଂ ସ୍ବାସ୍ଥ୍ୟ ସଂପର୍କିତ ସମସ୍ୟାର ସମାଧାନ କରିବାକୁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Comments are closed.