ବିଜୟଙ୍କ ବିୟୋଗରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ଵର : ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ ଘଟିଛି । ଆଜି ସନ୍ଧ୍ୟାରେ ତାଙ୍କର ଅବସ୍ଥା ଗୁରୁତର ହେବା ପରେ ତାଙ୍କୁ ରାଜଧାନୀ ସ୍ଥିତ କେୟାର ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁଶଯ୍ୟା ନିକଟରେ ତାଙ୍କର ପତ୍ନୀ ତଥା ଓଡ଼ିଆ ସିନେମାର ଅନ୍ୟତମ ପ୍ରସିଦ୍ଧ ଅଭିନେତ୍ରୀ ତନ୍ଦ୍ରା ରାୟ ଉପସ୍ଥିତ ଥିଲେ।

ବିଜୟଙ୍କ ବିୟୋଗରେ ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୟଙ୍କ ବିୟୋଗରେ ଟ୍ବିଟ୍ କରି ଶୋକବ୍ୟକ୍ତ କରିଛନ୍ତି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଜୟ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Comments are closed.