କୋବିଦ ଲଢ଼େଇ ପାଇଁ ନବୀନଙ୍କ ୩ ମନ୍ତ୍ର: ତ୍ୟାଗ, ସଂଯମ ଓ ଶୃଙ୍ଖଳା

ଭୁବନେଶ୍ବର: ଚଳିତ ବର୍ଷର ମହାପ୍ରଭୁଙ୍କ ରଥଯାତ୍ରା ଇତିହାସ ରଚିଛି। ବିନାଭକ୍ତରେ ମହାପ୍ରଭୁଙ୍କ ରଥଯାତ୍ରାର ସମସ୍ତ ନୀତି ସୁରୁଖୁରୁରେ ଶେଷ ହୋଇଛି। ଏଥିପାଇଁ ସେବାୟତ ବନ୍ଧୁମାନଙ୍କୁ, ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ, ପୋଲିସ, ସ୍ବାସ୍ଥ୍ୟ ବିଭାଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ସହିତ ରାଜ୍ୟ ସରକାରଙ୍କର ସବୁ ବିଭାଗକୁ ତଥା ସର୍ବୋପରି ପୁରୀର ଜନସାଧାରଣଙ୍କୁ ଏବଂ କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କୁ ମୁଁ ଧନ୍ୟବାଦଜଣାଉଛି।

https://studio.youtube.com/video/gYmKfKbnAC0/edit/basic

ରଥଯାତ୍ରା ପୂର୍ବଦିନ ମୁଁ କହିଥିଲି ଯେ ସାରା ବିଶ୍ବ ଆମ ଉପରେ ନଜର ରଖିଛି। ଆମେ କୋଭିଡ ସମୟରେ କିପରି ମହାପ୍ରଭୁଙ୍କ ଯାତ୍ରା, ନିୟମ ମାନି କରୁଛୁ ତା’ ଉପରେ ସାରା ବିଶ୍ବ ନଜର ରଖିଥିଲା। ମହାପ୍ରଭୁଙ୍କ ଆଶୀର୍ବାଦରୁ ଆମେ ସଫଳ ହୋଇଛୁ। ଶୃଙ୍ଖଳାର ସହ କାମ କରି ସାରା ବିଶ୍ବ ପାଇଁ ଉଦାହରଣ ସୃଷ୍ଟି କରିଛୁ। ମହାପ୍ରଭୁ ୪ଦିନ ବଡଦାଣ୍ଡରେ ରହିଲେ। କିନ୍ତୁ ପୁରୀର ଜନସାଧାରଣ କୋଭିଡ ଗାଇଡଲାଇନ ମାନି, କେହି ଜଣେ ବି ରାସ୍ତାକୁ ଆସିନଥିଲେ। ସମସ୍ତେ ଘରେ ବସି ଟିଭିରେ ମହାପ୍ରଭୁଙ୍କ ଯାତ୍ରା ଦେଖିଲେ। ପୁରୀ ବାସୀଙ୍କ ଏହି ଶୃଙ୍ଖଳା ଓ ସଂଯମତାର ତୁଳନା ନାହିଁ। ସେମାନଙ୍କ ତ୍ୟାଗର ତୁଳନା ନାହିଁ। ତ୍ୟାଗ ହିଁ ସର୍ବଶ୍ରେଷ୍ଠ ଭକ୍ତି। ସମାଜର ମଙ୍ଗଳ ପାଇଁ ତ୍ୟାଗ ହିଁ ଭକ୍ତ ଓ ଭଗବାନଙ୍କ ସମ୍ପର୍କକୁ ଅଧିକ ନିବିଡ କରିଥାଏ। ପୁରୀ ଆଜି ସାରା ଦୁନିଆକୁ ବାଟ ଦେଖାଇଛି। କୋଭିଡ ଗାଇଡଲାଇନ ମାନି କିପରି କାମ କରିବାକୁ ହେବ ସେଥିପାଇଁ ପୁରୀ ପ୍ରେରଣା ଦେଇଛି। ମହାପ୍ରଭୁ ନିଜେ ବାହାରକୁ ଆସି ତ୍ୟାଗ, ସଂଯମ ଓ ଶୃଙ୍ଖଳାର ବାଟ ଦେଖାଇଲେ। ତେଣୁ କୋଭିଡ ଯୁଦ୍ଧ ଜିତିବାକୁ ହେଲେ ଆମକୁ ତ୍ୟାଗ, ସଂଯମ ଓ ଶୃଙ୍ଖଳାର ମାର୍ଗ ଆପଣେଇବାକୁ ହେବ। ଏ ତିନୋଟି ଅସ୍ତ୍ର ହିଁ କୋଭିଡ ଯୁଦ୍ଧରେ ଆମକୁ ବିଜୟ ଆଣିଦେବ। ଆପଣମାନେ ଜାଣନ୍ତି ବର୍ତ୍ତମାନ ସାରା ଦେଶ ଅନଲକ ହେବା ଆରମ୍ଭ କରିଛି। ଆଉ ବିଶେଷ କିଛି କଟକଣା ନାହିଁ। ସାରା ବିଶ୍ବରେ କୋଭିଡ ସଂକ୍ରମଣରେ ଭାରତ ତୃତୀୟ ସ୍ଥାନରେ ପହଞ୍ଚିଲାଣି। ଭାରତରେ ସଂକ୍ରମଣ ପ୍ରତି ୪ ଦିନରେ ଲକ୍ଷେ ବଢୁଛି। ଆମ ରାଜ୍ୟରେ ମଧ୍ୟ ସଂକ୍ରମଣ ବଢୁଛି। ବର୍ଷା ଋତୁ ପାଇଁ ମୁଁ ଆପଣମାନଙ୍କୁ ଆଗରୁ ସାବଧାନ କରିଥିଲି। କୋଭିଡ୍‌ ପାଇଁ ଠବମମସଦ୍ଭର ବା ଗରୟସମସଦ୍ଭର ନ ବାହାରିବା ପର୍ୟ୍ୟନ୍ତ ଜୀବନ କେବେ ବି ପୂର୍ବପରି ସ୍ବାଭାବିକ ହେବ ନାହିଁ। ତେଣୁ ସମସ୍ତଙ୍କ ମଙ୍ଗଳ ପାଇଁ ଆମକୁ ତ୍ୟାଗ କରିବାକୁ ହେବ। ମୁଁ ପୁଣିଥରେ ଆପଣମାନଙ୍କୁ ଅନୁରୋଧ କରୁଛି ଆପଣମାନେ କୋଭିଡ ଗାଇଡଲାଇନକୁ କଡାକଡି ଭାବରେ ପାଳନ କରନ୍ତୁ। ଅତି ଦରକାର ନହେଲେ ବାହାରକୁ ଯାଆନ୍ତୁ ନାହିଁ। ବାହାରେ, ଅଫିସରେ, କର୍ମକ୍ଷେତ୍ରରେ ସବୁବେଳେ ମାସ୍କ ବ୍ୟବହାର କରନ୍ତୁ। ସାମାଜିକ ଦୂରତା ରକ୍ଷା କରନ୍ତୁ। ବାରମ୍ବାର ସାବୁନରେ ଭଲଭାବରେ ହାତ ଧୁଅନ୍ତୁ। ଗହଳି କରନ୍ତୁ ନାହିଁ କିମ୍ବା ଗହଳିକୁ ଯାଆନ୍ତୁ ନାହିଁ। ବୟସ୍କ ଲୋକ ଓ ଶିଶୁମାନଙ୍କର ବିଶେଷ ଯତ୍ନ ନିଅନ୍ତୁ। ଯୁବ ସମାଜକୁ ମୋର ବିଶେଷ ଅନୁରୋଧ ସେମାନେ କୋଭିଡ ନିୟମକୁ ଠିକ ଭାବରେ ପାଳନ କରନ୍ତୁ। ଆପଣ ସଂକ୍ରମିତ ହେଲେ ଆପଣଙ୍କର ବାପା, ମାଆ, ପରିବାର, ପିଲାମାନଙ୍କ ସଂକ୍ରମଣ ଆଶଙ୍କା ବଢିବ। ତେଣୁ କେବେବି ହେଳା କରନ୍ତୁ ନାହିଁ, ସତର୍କ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି।

Comments are closed.