ରାଜ୍ୟ ବାହାରେ ଥିବା ଓଡ଼ିଆଙ୍କ ସହାୟତା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ବର : କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ୨୧ ଦିନ ପାଇଁ ଘୋଷଣା କରାଯାଇଥିବା ଲକଡାଉନ ଦୃଷ୍ଟିରୁ ରାଜ୍ୟ ବାହାରେ ଥିବା ଓଡ଼ିଆଙ୍କ ସହାୟତା ପାଇଁ ଦେଶର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ଓଡ଼ିଶା ବାହାରେ ଫସି ରହିଥିବା ଓଡ଼ିଆଙ୍କ ସୁରକ୍ଷା ପାଇଁ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି।
ଦେଶର ବିଭିନ୍ନ ଅଞ୍ଚଳରେ ଫସି ରହିଥିବା ଓଡ଼ିଶାର ଲୋକମାନେ ସେମାନଙ୍କୁ ଉଦ୍ଧାର କରି ଆଣିବା ପାଇଁ ସାମାଜିକ ଗଣ ମାଧ୍ୟମରେ ଆକୁଳ ନିବେଦନ କରୁଛନ୍ତି।