ଛାତ୍ରବୃତ୍ତି ପୋର୍ଟାଲ ଓ ସୁମଙ୍ଗଳ ପୋର୍ଟାଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ, ୧୧ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ

ସାଧାରଣ ଲୋକର ଜୀବନରେ ପରିବର୍ତ୍ତନ ପାଇଁ ବୈଷୟିକ ବିଦ୍ୟାର ବ୍ୟାପକ ପ୍ରୟୋଗ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

ଭୁବନେଶ୍ବର: ଏଣିକି ସରକାରୀ ଛାତ୍ରବୃତ୍ତି ପାଇଁ ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ବିଭାଗର ଭିନ୍ନ ଭିନ୍ନ ପୋର୍ଟାଲକୁ ବ୍ୟବହାର କରିବା ଦରକାର ପଡିବ ନାହିଁ। ମାତ୍ର ଗୋଟିଏ ପୋର୍ଟାଲ www.scholarship.odisha.gov.in ରେ କ୍ଲିକ୍‌ କଲେ ଛାତ୍ରଛାତ୍ରୀମାନେ ସେମାନଙ୍କ ଛାତ୍ରବୃତ୍ତି ପାଇଁ ଆବେଦନ କରିପାରିବେ। ଏହାଦ୍ବାରା ରାଜ୍ୟର ୧୧ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ୬ଟି ବିଭାଗ ପକ୍ଷରୁ ୨୧ଟି ଛାତ୍ରବୃତ୍ତି ଦିଆଯାଇଥାଏ।

Comments are closed.