ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଲୋକ ଏବଂ ଆନନ୍ଦର ପର୍ବ ଦୀପାବଳି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି ଯେ ପବିତ୍ର କାଳୀପୂଜା ଓ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଚଳିତ ବର୍ଷ କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ସାବଧାନତା ଓ ସତର୍କତା ବଜାୟ ରଖନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ।
ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ଏବଂ ପବିତ୍ର କାଳୀପୂଜା ଅବସରରେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ତଥା ଶୁଭେଚ୍ଛା ଜଣାଇଛନ୍ତି । ବିକାଶର ଆଲୋକରେ ସମସ୍ତଙ୍କ ଜୀବନକୁ ଉଦ୍‌ଭାସିତ କରିବା ସହ ଓଡ଼ିଶାର ଗୌରବକୁ ନୂଆ ଶିଖରେ ପହଞ୍ଚାଇବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହୋଇ କାମ କରିବାକୁ ସେ ଆହ୍ୱାନ ଦେଇଛନ୍ତି। ଚଳିତ ବର୍ଷ କୋଭିଡ୍‌ ମହାମାରୀକୁ ଦୃଷ୍ଟିରେ ରଖି ସାବଧାନତା ଓ ସତର୍କତା ବଜାୟ ରଖିବାକୁ ଜନସାଧାରଣଙ୍କୁ ଅନୁରୋଧ କରିବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭାରିଦେଉ ବୋଲି ଆଶା କରିଛନ୍ତି।

Comments are closed.