ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷାରେ ଉତ୍ତୀର୍ଣ୍ଣ କୃତୀ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷାରେ ଉତ୍ତୀର୍ଣ୍ଣ କୃତୀ ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଏବଂ ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି । ଫଳାପଳ ଓ ମାର୍କ ନିର୍ବିଶେଷରେ ସର୍ବଦା ଆଗକୁ ବଢ଼ିବାର ଇଚ୍ଛା ନେଇ ଆତ୍ମବିଶ୍ୱାସର ସହ କଠୋର ପରିଶ୍ରମ ଜାରି ରଖିବା ପାଇଁ ସେ ଉପଦେଶ ଦେବା ସହ ଛାତ୍ରଛାତ୍ରୀଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ।

Comments are closed.