ନବବର୍ଷର ଶୁଭକାମନା – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ନବବର୍ଷର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ୱିଟ ସହ ଭିଡିଓ ବାର୍ତ୍ତା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି। ୨୦୨୨ ଓଡିଶା ପାଇଁ ସମୃଦ୍ଧିର ବର୍ଷ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ରାଜ୍ୟର ପ୍ରଗତି ସହ ପ୍ରତିଟି ଜୀବନ ମଙ୍ଗଳମୟ ହେଉ। ବର୍ତ୍ତମାନ କରୋନାର ନୂଆ ପ୍ରକରଣର ମୁକାବିଲା ପାଇଁ ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ଏହାସହ ସସସ୍ତ କୋଭିଡ ନିୟମ ପାଳନ କରିବାକୁ ଅନୁରୋଧ କରିଛନ୍ତି।

Comments are closed.