ବଲାଙ୍ଗୀର-ସୋନପୁର ସଡ଼କ ଦୁର୍ଘଟଣା ; ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :  ବଲାଙ୍ଗୀର-ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ମୃତକଙ୍କ ନିକଟତମ ପରିଜନଙ୍କୁ୨ଲକ୍ଷ ଟଙ୍କା ଲେଖାଏଁ ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପରିବାରର ସଦସ୍ୟମାନଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି । ଏହାସହିତ ଆହତ ମାନଙ୍କୁ ତୁରନ୍ତ ମାଗଣାରେ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନାଯୋଗ୍ୟ ଯେ ବଡ଼ବାହାଲୀ ଠାରେ ଘଟିଥିବା ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩ ଜଣ ମଧ୍ୟ ଆହତ ହୋଇଛନ୍ତି ।

Comments are closed.