ନବନିର୍ବାଚିତ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଶପଥ ଉତ୍ସବରେ ଦେବେ ଯୋଗ

ଭୁବନେଶ୍ୱର : ଆଜି ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହୋଇଛନ୍ତି। ଓଡିଶାବାସୀଙ୍କ ତରଫରୁ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ତାଙ୍କ ସଫଳତା ପାଇଁ ଓଡିଶାବାସୀ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସେହିପରି ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଉତ୍ସବରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ଠାରୁ ମୁଖ୍ୟମନ୍ତ୍ରୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଆସନ୍ତା ୨୫ରେ ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ।

Comments are closed.