କ୍ରାନ୍ତି ଦିବସରେ ଅଦମ୍ୟ ତ୍ୟାଗ ଓ ସାହସ ପ୍ରଦର୍ଶନ କରିଥିବା ସ୍ୱାଧୀନତା ସଂଗ୍ରାମୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଐତିହାସିକ ଭାରତ ଛାଡ଼ ଆନ୍ଦୋଳନର କ୍ରାନ୍ତି ଦିବସରେ ଅଦମ୍ୟ ତ୍ୟାଗ ଓ ସାହସ ପ୍ରଦର୍ଶନ କରିଥିବା ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଆଜିର ଦିନରେ ଭାରତ ଛାଡ଼ ରଣଦୁନ୍ଦୁଭି ବ୍ରିଟିଶମାନଙ୍କ କବଳରୁ ଭାରତକୁ ମୁକ୍ତ କରିବା ପାଇଁ ଏହାକୁ ଏକ ଗଣ ଆନ୍ଦୋଳନରେ ପରିଣତ କରିଥିଲା ବୋଲି ସେ କହିଛନ୍ତି ।
ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ତଥା ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀରେ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ସମାଜ ସଂସ୍କାର ସହ ଓଡ଼ିଆ ଭାଷା ଓ ସାହିତ୍ୟ ଜଗତକୁ ସମୃଦ୍ଧ କରିଥିବା ତାଙ୍କ କାଳଜୟୀ ଚରନାଗୁଡ଼ିକ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପ୍ରଥମ ବିଧାୟିକା ସରଳା ଦେବୀଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ରାଜ୍ୟରେ ନାରୀ ଶିକ୍ଷା, ଗ୍ରାମୀଣ ମହିଳାଙ୍କ ଉନ୍ନତି ସହ ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରସାର କ୍ଷେତ୍ରରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ ରହିବ ବୋଲି ସେ କହିଛନ୍ତି ।

Comments are closed.