ଓଡ଼ିଶାବାସୀ ଆମର ବସ୍, ଆମ ପାଇଁ ଓଡିଆ ଭାଷା ଅତି ଗୁରୁତ୍ୱପୂର୍ଣ୍ଣ: ନବୀନ ପଟ୍ଟନାୟକ

ଭୁବନେଶ୍ବର: ବିଜୁ ଯୁବ ଏବଂ ଛାତ୍ର ବିଜେଡି କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ବୈଠକରେ ବିଜେଡି ସୁପ୍ରିମ ଓଡ଼ିଆ ଭାଷାକୁ ଗୁରତ୍ବ ଦେଇଥିବା ବେଳେ ଉଭୟ କଂଗ୍ରେସ ଓ ବିଜେପିକୁ  ସିଧାସଳଖ ଟାର୍ଗେଟ କରିଛନ୍ତି। କେନ୍ଦ୍ର ଓଡ଼ିଶା ପ୍ରତି ବୈମାତୃକ ମନୋଭାବ ରଖୁଛି। ନିର୍ବାଚନ ବେଳେ ଉଭୟ ବିଜେପି ଓ କଂଗ୍ରେସ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟପାହ୍ୟା ଦେବା ନେଇ ଇସ୍ତାହାରରେ ରଖିଥିଲେ, କିନ୍ତୁ ନିର୍ବାଚନ ପରେ ଉଭୟ ଦଳ ପ୍ରତିଶ୍ରୁତି ଭୁଲି ଯାଇଛନ୍ତି।

ଆଞ୍ଚଳିକ ଦଳ ଭାବେ ବିଜେଡି ସ୍ୱତନ୍ତ୍ର ଓଡିଶା ଗଠନ ପାଇଁ ଲଢେଇ କରୁଛି। ଓଡିଶାବାସୀ ହେଉଛନ୍ତି ଆମର ବସ। ଓଡିଶାର ବିକାଶ ପାଇଁ ଲଢେଇ ଜାରି ରଖିଛୁ। ଓଡିଶାର ଖଣିଜ ସମ୍ପଦ ଓଡିଶାବାସୀ କେମିତି ପାଇବେ ଲଢେଇ କରୁଛୁ । ନିର୍ବାଚନ ଜିତି କ୍ଷମତା ହାସଲ କରିବା ଜାତୀୟ ଦଳର ଲକ୍ଷ୍ୟ। ଜାତୀୟ ନେତାଙ୍କୁ ଖୁସି କରି ବଡ ପଦବୀ ପାଇବା ସେମାନଙ୍କ ଲକ୍ଷ୍ୟ ବୋଲି ନବୀନ ପଟ୍ଟନାୟକ କହିଛନ୍ତି।

ଓଡିଆ ଭାଷା, କଳା, ସଂସ୍କୃତି ହେଉଛି ଅନନ୍ୟ । ମହାନଦୀ ହେଉଛି ଆମର ଜୀବନରେଖା । ଆଦିବାସୀ ସଂସ୍କୃତି ହେଉଛି ଆମର ଶକ୍ତି । ଆମ ପାଇଁ ଆମ ଭାଷା ଗୁରୁତ୍ୱପୂର୍ଣ୍ଣ । ହିନ୍ଦୀ ଠାରୁ ଓଡିଆ ଅତି ଗୁରୁତ୍ୱପୂର୍ଣ୍ଣ । ତୃଣମୂଳ ସ୍ତରରୁ ସଙ୍ଗଠନ ଦୃଢ ଆମର ମୁଖ୍ୟ ଲକ୍ଷ୍ୟ ବୋଲି ବିଜେଡି ସଭାପତି ଶ୍ରୀ ପଟ୍ଟନାୟକ କହିଛନ୍ତି ।

ସେ କହିଛନ୍ତି ଯେ ଓଡିଶାର ଏହି ସ୍ବତନ୍ତ୍ରତାର ସୁରକ୍ଷା ପାଇଁ ଆମ ପୂର୍ବପୁରୁଷ ମାନେ ଅନେକ ତ୍ୟାଗ କରିଛନ୍ତି ।ଆମ ପାଇଁ ଲଢେଇ କରି ଆମକୁ ସ୍ବତନ୍ତ୍ର ରାଜ୍ୟ ଦେଇଛନ୍ତି ।ମାତ୍ର ଜାତୀୟ ଦଳଗୁଡ଼ିକ ରାଜ୍ୟ ପାଇଁ କିଛି କରି ନାହାନ୍ତି । ସେମାନଙ୍କର  ସେମାନଙ୍କର ମୂଳ ଲକ୍ଷ୍ୟ ହେଲା, ଜାତୀୟ ନେତୃତ୍ବକୁ ଖୁସି କରିବା ଏବଂ ମନ୍ତ୍ରୀ ହେବା ବା କିଛି ବଡ ପଦବୀ ପାଇବା । ଇତିହାସ କହୁଛି ଯେ ଜାତୀୟ ଦଳର ମୁଖ୍ୟ ଲକ୍ଷ୍ୟ ହେଉଛି – Mainstreaming agenda.  କେବଳ ଏହି mainstreaming ଜରିଆରେ ହିଁ ସେମାନେ ଅଧିକ ଭୋଟ ପାଇପାରିବେ ।
ଏଥିପାଇଁ ସେମାନଙ୍କର ନୀତି (strategy) ହେଉଛି ଗୋଟିଏ ଭାଷା – ହିନ୍ଦୀ । ଗୋଟିଏ ସଂସ୍କୃତି । ଗୋଟିଏ ନୀତି, ଯାହାକୁ ବଡ ବଡ ରାଜ୍ୟ ମାନଙ୍କ ପାଇଁ ସୁବିଧା ହେବ। ଏବଂ ତା ପରେ ସେମାନେ ଅନ୍ୟ ରାଜ୍ୟ ମାନଙ୍କର ସ୍ବତନ୍ତ୍ର ପରିଚୟକୁ ଅଣଦେଖା କରି ସେହି ନୀତିକୁ ସମସ୍ତଙ୍କ ଉପରେ ଲଦି ଦିଅନ୍ତି। ଜାତୀୟ ଦଳମାନେ ଜାତୀୟ ସ୍ତରରେ ନିଜ ସ୍ବାର୍ଥ ପାଇଁ ରାଜ୍ୟ ମାନଙ୍କର ସ୍ବତନ୍ତ୍ର ଆବଶ୍ୟକତା ସହିତ compromise କରିଥାନ୍ତି ।
ଆମ ପାଇଁ ଆମ ଭାଷା ଓଡିଆ, ହିନ୍ଦୀ ଠାରୁ ଅଧିକ ଗୁରୁତ୍ବପୂର୍ଣ୍ଣ ।
ଆମ ପାଇଁ ମହାନଦୀ ଅନ୍ୟ ନଦୀ ଠାରୁ ଅଧିକ ପବିତ୍ର ।
ଆମ ପାଇଁ ଓଡିଶୀ ସଙ୍ଗୀତ ହେଉଛି ଶାସ୍ତ୍ରୀୟ ସଂଗୀତ ।
ଆମ ପାଇଁ କୋଶଳୀ ଓ ହୋ ଭାଷା ହେଉଛି ପ୍ରମୁଖ ଭାଷା ।
ଆମ ପାଇଁ ଆଦିବାସୀ ମାନଙ୍କର ସମୃଦ୍ଧ ବିବିଧତା ଆମର ଶକ୍ତି।
ଆମ ପାଇଁ ସମ୍ବଲପୁରୀ ହସ୍ତତନ୍ତ ହେଉଛି ବିଶ୍ବସ୍ତରୀୟ ।
କିନ୍ତୁ, ଗୋଟିଏ ଜାତୀୟ ଦଳ ପାଇଁ ଏହାର କିଛି ମୂଲ୍ୟ ନାହିଁ


ଆମର ସ୍ବତନ୍ତ୍ର ଐତିହ୍ୟର ସୁରକ୍ଷା ପାଇଁ ଜାତୀୟ ଦଳର ରାଜ୍ୟ ନେତା ମାନଙ୍କର voice ନାହିଁ । ଏବଂ ଜାତୀୟ ଦଳର centralised hierarchyରେ ଏ ବିଷୟରେ ଉଠାଇବା ପାଇଁ ଇଚ୍ଛା ବି ନାହିଁ । ରାଜ୍ୟର କଂଗ୍ରେସ ସରକାର ସବୁବେଳେ ଦିଲ୍ଲୀରୁ ରିମୋଟ କଣ୍ଟ୍ରୋଲ ଦ୍ବାରା ଚାଲୁଥିଲା । ବିଜେପି ଶାସିତ ରାଜ୍ୟ ମାନେ ମଧ୍ୟ ସେମାନଙ୍କ ଜାତୀୟ ନେତୃତ୍ବର ନିର୍ଦ୍ଦେଶରେ କାମ କରୁଛନ୍ତି । ଏହାକୁ ଗୋଟିଏ ଆଞ୍ଚଳିକ ଦଳ ଦ୍ବାରା ପରିଚାଳିତ ଓଡିଶା ସହିତ ତୁଳନା କରନ୍ତୁ । ବିଜୁ ଜନତା ଦଳ ଗୋଟିଏ ଆଞ୍ଚଳିକ ଦଳ ଭାବରେ ଓଡିଶାର ସ୍ବତନ୍ତ୍ର ପରିଚୟର ପ୍ରଚାର ଓ ପ୍ରସାର ପାଇଁ କାମ କରୁଛି ।  ଆମର ଦିଲ୍ଲୀରେ କେହି boss ନାହାନ୍ତି । ଓଡିଶାବାସୀ ହେଉଛନ୍ତି ଆମର boss । ଆମେ କେବଳ ଓଡିଶାବାସୀଙ୍କ ପାଇଁ କାମ କରୁଛୁ ଓ ସେମାନଙ୍କ ଅଧିକାର ପାଇଁ କାମ କରୁଛୁ । ମହାନଦୀ ପାଣି ପାଇଁ ଆମେ ଲଢେଇ କରୁଛୁ ।

ଆମେ ଓଡିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦେବା ପାଇଁ ଲଢେଇ କରୁଛୁ । କୋଶଳୀ ଓ ହୋ ଭାଷାକୁ ସମ୍ବିଧାନର ଅଷ୍ଟମ ସିଡୁଲରେ ସାମିଲ କରିବା ପାଇଁ ଲଢେଇ କରୁଛୁ । ଓଡିଶାର ଖଣିଜ ସଂପଦର ଲାଭ ଯେପରି ଓଡିଶା ଓ ଓଡିଶାବାସୀ ପାଇବେ, ସେଥିପାଇଁ ଆମେ ଲଢେଇ କରୁଛୁ । ପ୍ରାୟ ପ୍ରତି ବର୍ଷ ଓଡିଶା ବଡ ବଡ଼ ପ୍ରାକୃତିକ ବିପର୍ଯ୍ୟୟର ସାମନା କରୁଛି । ଆମର ସ୍ବତନ୍ତ୍ର ଭୌଗଳିକ ଅବସ୍ଥିତି ପାଇଁ ଏହା ଘଟୁଛି । ଉଭୟ ଜାତୀୟ ଦଳ, ବିଜେପି ଓ କଂଗ୍ରେସ, ସେମାନଙ୍କ manifestoରେ special category statusକୁ ଏକ ନମ୍ବରରେ ରଖିଥିଲେ। କିନ୍ତୁ ନିର୍ବାଚନ ପରେ ଏହି ଦାବୀକୁ ସହଜରେ ଭୁଲିଗଲେ ।
କିନ୍ତୁ ବି.ଜେ.ଡି ଏଥିପାଇଁ ଲଢେଇ ଜାରି ରଖିବ। ଓଡିଶା ପ୍ରତି କେନ୍ଦ୍ରର ବୈମାତୃକ ବ୍ୟବହାର ବିଷୟ ସବୁବେଳେ ଉଠାଇବ ।
ଗୋଟିଏ ସ୍ବତନ୍ତ୍ର ରାଜ୍ୟ ଗଠନର ଲକ୍ଷ୍ୟ ହେଉଛି – ଓଡିଶାର ସ୍ବତନ୍ତ୍ର ପରିଚୟର ସୁରକ୍ଷା ଏବଂ ଓଡିଶାବାସୀଙ୍କ ସ୍ବାର୍ଥ ପାଇଁ ଲଢେଇ ।
ଗୋଟିଏ ଆଞ୍ଚଳିକ ଦଳ ହିଁ ରାଜ୍ୟର ଲୋକମାନଙ୍କ ପାଇଁ ଲଢେଇ କରେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

 

Comments are closed.