ଏ ବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କୋଭିଡ଼ ସକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶା ବାସୀଙ୍କ ଭଲ ପାଇବା ,ଶୁଭେଚ୍ଛା ଓ ଆଶୀର୍ବାଦ ନିମନ୍ତେ ସେ ସବୁବେଳେ ଋଣୀ । କୋଭିଡ଼ ଯୋଗୁଁ ଗତ ଦେଢ ବର୍ଷ ହେଲା ଆମେ ସମସ୍ତେ କଠିନ ସମୟ ଦେଇ ଗତି କରୁଛୁ।

ତେଣୁ ଆସନ୍ତାକାଲି ନବୀନ ନିବାସ ନ ଆସି କୋଭିଡ଼ରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ପରିବାରକୁ ସାହାଯ୍ୟ କରିବା ଏବଂରକ୍ତ ଦାନ ଭଳି ମହତ୍ କାର୍ଯରେ ସମସ୍ତେ ସାମିଲ ହେଲେ ତାହା ତାଙ୍କ ପାଇଁ ସବୁଠାରୁ ବଡ ଶୁଭେଚ୍ଛା ହେବ ବୋଲି ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.