ପବିତ୍ର ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତ କରିବା ପୂର୍ବରୁ ଟ୍ୱିଟ୍‌ ଯୋଗେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ଟ୍ୱିଟରେ ଲେଖିଛନ୍ତି ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । ତାହାସହ ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଶୀର୍ବାଦରୁ ପ୍ରତ୍ୟେକଟି ଜୀବନ ମଙ୍ଗଳମୟ ହେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି ।

ସୂଚନା ଅନୁଯାୟୀ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁରୀ ଗସ୍ତ କାର୍ଯ୍ୟକ୍ରମ ରହିଛି । ବିଦେଶରୁ ମୁଖ୍ୟମନ୍ତ୍ରୀ ଫେରିବା ପରେ ସିଧା ସିଧା ପୁରୀକୁ ଗସ୍ତ କରିବେ ବୋଲି ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ହେଲିକପ୍ଟର ଯୋଗେ ପୁରୀ ଗସ୍ତ କରିବେ । । ପୁରୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ପରିକ୍ରମା ମାର୍ଗ ବୁଲି ଦେଖିବେ । ପରେ ପରେ ମହାପ୍ରଭୁଙ୍କ ରଥଯାତ୍ରାରେ ସାମିଲ ହେବେ

Comments are closed.