କୋଭିଡ୍-୧୯ ନିୟମ ଉଲ୍ଲଙ୍ଘନ: ୨୪ଘଣ୍ଟାରେ ୪୫ ଗିରଫ

ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ପୁଲିସ ପକ୍ଷରୁ ୭ଟି ମାମଲା ଦାୟର କରାଯାଇଛି। କୋଭିଡ୍‌ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ୪୫ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବାବେଳେ ୬୨୧ଟି ଗାଡ଼ି ଜବତ ଏବଂ ୧୭,୨୩,୫୫୦ ଟଙ୍କା ଜରିମାନା ଆଦାୟ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୫୨,୧୯,୦୧୪ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୦୭,୯୦୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୨,୯୫,୨୪୫ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି। ୧୫୧୦ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୧୧,୦୯୮ ରହିଛି। ୧୧,୦୯୮ ଜଣ ହସ୍‌ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ବୋଲି ସୂଚନା ଓ ଲେକା ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.