ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ରୋଗୀଙ୍କ ଚିକିତ୍ସା ସମ୍ପର୍କରେ ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ

କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଘରୋଇ ହସ୍ପିଟାଲର ଯୁଗ୍ମ ପରିଦର୍ଶନ

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲାପାଳ ଡ଼ ଗାଭାଳି ପରାଗ ହର୍ଷଦ୍, ଆରକ୍ଷୀ ଅଧିକ୍ଷକ ଡ. ଶ୍ରବଣା ବିବେକ ଏମ୍ ଓ  ସିଡିଏମଓ ଡା. ରଞ୍ଜନ କୁମାର ମିତ୍ରଙ୍କ ଗ୍ରହଣରେ ଭବାନୀପାଟଣା ସହର ସ୍ଥିତ ମା ମାଣିକେଶ୍ଵରୀ ମଲ୍ଟିସ୍ପେସିଆଲିଟି ହସ୍ପିଟାଲ, ଶ୍ରୀ ବାଲାଜୀ ନର୍ସିଂ ହୋମ୍ ଓ ଶ୍ରୀ ଜଗନ୍ନାଥ ନେତ୍ରାଳୟ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଶୁଭାରମ୍ଭ ହୋଇଥିବା ବିଏସକେୱାଇ ସ୍ମାର୍ଟ କାର୍ଡ ପାଇଥିବା ହିତାଧିକାରୀମାନେ କିଭଳି ଚିକିତ୍ସା ସେବା ପାଉଛନ୍ତି ଓ ଉପକୃତ ହେଉଛନ୍ତି ତାହା ଅନୁଧ୍ୟାନ ପାଇଁ  ଏହି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ରୋଗୀ ମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ। ଶ୍ରୀ ବାଲାଜୀ ନର୍ସିଂ ହୋମ୍ ରେ ବି ଏସ୍ କେ ୱାଇ କାର୍ଡ ଧାରୀ ୬ ଜଣ ରୋଗୀ ଓ ଶ୍ରୀ ଜଗନ୍ନାଥ ନେତ୍ରାଳୟ ରେ ଚକ୍ଷୁ ଅସ୍ତ୍ରୋପଚାର ହୋଇଥିବା ୩ ଜଣ ରୋଗୀ ଙ୍କ ସ୍ବାସ୍ଥ୍ୟ ସଂପର୍କରେ ପଚାରିଥିଲେ।ରୋଗୀମାନେ ଭଲ ଚିକିତ୍ସା ପାଉଛନ୍ତି ଓ ଶୀଘ୍ର ସୁସ୍ଥ ହେବାର ଆଶା ରଖିଛନ୍ତି ବୋଲି ଜିଲ୍ଲାପାଳଙ୍କ ନିକଟରେ ପ୍ରକାଶ କରିଥିଲେ । ସେଭଳି ମା ମାଣିକେଶ୍ୱରୀ ମଲ୍ଟି ସ୍ପେସାଲିଷ୍ଟି ହସ୍ପିଟାଲ ଗତ ୧୮ ତାରିଖରୁ ବିଏସକେୱାଇ କାର୍ଡ ଧାରୀ ରୋଗୀଙ୍କ ଚିକିତ୍ସା ମାଗଣାରେ ସୁଯୋଗ ଦେଉନଥିବା ସଂପର୍କରେ ଅଭିଯୋଗ ଉପରେ ଜିଲ୍ଲାପାଳ ସେହି  ହସ୍ପିଟାଲକୁ ପରିଦର୍ଶନରେ ଆସି କର୍ତ୍ତୃପକ୍ଷଙ୍କୁ ତାଗିଦ୍ କରିଥିଲେ ଏବଂ ଏ ସମ୍ପର୍କୀୟ କାରଣ ଦର୍ଶାଅ ନୋଟିସ ପ୍ରେରଣ କରାଯିବ ବୋଲି ପ୍ରକାଶ କରିଥିଲେ। ଏହି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ କାର୍ଡଧାରୀ ରୋଗୀଙ୍କ ଚିକିତ୍ସା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅନୁଯାୟୀ ସମସ୍ତ ବ୍ୟବସ୍ଥା କରିବାକୁ ଡାକ୍ତରଙ୍କୁ କହିଥିଲେ ଏବଂ କର୍ତ୍ତୃପକ୍ଷ ଚିକିତ୍ସା ସୁବିଧା ବିନା ଦେୟରେ କରିବାକୁ ରାଜି ହୋଇଥିଲେ।

Comments are closed.