ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଓ ତୁଷାରକାନ୍ତି ବେହେରାଙ୍କ ଶୋକ

ଭୁବନେଶ୍ୱର: ବୈଦୁତିକ ଗଣମାଧ୍ୟମ ସାମ୍ବାଦିକ ଅରିନ୍ଦମ ଦାସଙ୍କ ବିୟୋଗରେ ଇସ୍ପାତ ଓ ଖଣି, ପୂର୍ତ୍ତ ମନ୍ତ୍ରୀ  ପ୍ରଫୁଲ୍ଲ କୁମାର ମଲ୍ଲିକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। କର୍ତ୍ତବ୍ୟରତ ସାମ୍ବାଦିକ ଭାବେ ନିଜର ଦାୟିତ୍ୱ ସମ୍ପାଦନ ବେଳେ ତାଙ୍କର ଦୁର୍ଘଟଣା ଜନିତ ବିୟୋଗ ଅତ୍ୟନ୍ତ ଦୁଃଖଦାୟକ ବୋଲି ମନ୍ତ୍ରୀ ଶ୍ରୀ ମଲ୍ଲିକ ନିଜର ଶୋକ ବାର୍ତ୍ତରେ ପ୍ରକାଶ କରିଛନ୍ତି। ତାଙ୍କ ବିୟୋଗ ସାମ୍ବାଦିକତା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମନ୍ତ୍ରୀ ଶ୍ରୀ ମଲ୍ଲିକ କହିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇଛନ୍ତି।

ସେହିପରି ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ଏବଂ କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତ ବେହେରା ଓଟିଭି ଚିଫ୍ ରିପୋର୍ଟର ଅରବିନ୍ଦ ଦାସଙ୍କ ମୃତ୍ୟୁରେ ଟ୍ବିଟ ଯୋଗେ ଗଭୀର ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

Comments are closed.