ମନୋଜ ଦାସଙ୍କ ବିୟୋଗରେ ଇସ୍ପାତ ଓ ଖଣି, ପୂର୍ତ୍ତ ମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ବିଶିଷ୍ଟ ସାହିତ୍ୟିକ, ପଦ୍ମଶ୍ରୀ ତଥା ପଦ୍ମଭୂଷଣ ମନୋଜ ଦାସଙ୍କ ବିୟୋଗରେ ଇସ୍ପାତ ଓ ଖଣି, ପୂର୍ତ୍ତ ମନ୍ତ୍ରୀ  ପ୍ରଫୁଲ୍ଲ କୁମାର ମଲ୍ଲିକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତା ରେ ମନ୍ତ୍ରୀ ଶ୍ରୀ ମଲ୍ଲିକ ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଏହି ମହାନ ସାହିତ୍ୟିକଙ୍କ ବିୟୋଗ ସମଗ୍ର ସାହିତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି କରିଛନ୍ତି। ଏଥିସହ ମନ୍ତ୍ରୀ ଶ୍ରୀ ମଲ୍ଲିକ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗ ଓ ଆତ୍ମୀୟ ସ୍ୱଜନଙ୍କ ପ୍ରତି ଗଭୀର ସମବେଦନା ଜ୍ଞାପନ କରିଛନ୍ତି।

Comments are closed.