ତପୁ ମିଶ୍ରଙ୍କ ପରଲୋକରେ ବିଭିନ୍ନ ମହଲରେ ଶୋକ

ଭୁବନେଶ୍ୱର : ଲୋକପ୍ରିୟ ଓଡ଼ିଆ ଗାୟିକା ତପୁ ମିଶ୍ରଙ୍କର ପରଲୋକରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତପୁ ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ସାଂସଦ ସୁରେଶ ପୂଜାରୀ ଓ ପ୍ରସିଦ୍ଧ ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକ ନୀଳମାଧବ ପଣ୍ଡା ମଧ୍ୟ ତପୁ ମିଶ୍ରଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି।

ଓଡ଼ିଶାର ପ୍ରସିଦ୍ଧ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ନିଜର ସୁମଧୁର ସ୍ବର ମାଧ୍ୟମରେ ଖୁବ କମ ସମୟରେ ଓଡ଼ିଆଙ୍କ ଘରେ ଘରେ ପରିଚିତ ହୋଇପାରିଥିଲେ । ତାଙ୍କ ବିୟୋଗରେ ଓଡ଼ିଶା ସଙ୍ଗୀତ ଜଗତ ଜଣେ ପ୍ରତିଭାସମ୍ପନ୍ନ ଗାୟିକାଙ୍କୁ ହରାଇଲା ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ସେହିପରି ସାଂସଦ ସୁରେଶ ପୂଜାରୀ ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ର ଙ୍କ ଵିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ ବୋଲି କହିଛନ୍ତି।

ସେହିପରି ପ୍ରସିଦ୍ଧ ଫିଲ୍ମ ନିର୍ଦ୍ଦେଶକ ନୀଳମାଧବ ପଣ୍ଡା ମଧ୍ୟ ତପୁଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି।

Comments are closed.